Odian News
21

ବେଲ୍ ଖାରଜ ,ଜେଲ୍ ଗଲେ ଶାହରୁଖଙ୍କ ପୁଅ ଆର୍ଯ୍ୟନ

ନୂଆଦିଲ୍ଲୀ, ୦୮/୧୦: ବଲିଉଡର ବାଦଶାହ ଶାହାରୁଖଙ୍କ ପୁଅ ଆର୍ଯ୍ୟନ୍‌ ଖାନଙ୍କୁ ମିଳିଲାନି ବେଲ୍ । ଡ୍ରଗ୍ସ ମାମଲାରେ ଫସିଥିବା ବଲିଉଡ୍ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଡ୍ରଗ୍ସ ମାମଲାରେ ଆର୍ଯ୍ୟନଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ମୁମ୍ବାଇ କୋର୍ଟ । ଏବେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆର୍ଯ୍ୟନ୍ ଖାନ୍ । ଆର୍ଯ୍ୟନଙ୍କ ସମେତ ଅର୍ବାଜ ମର୍ଚ୍ଚାଣ୍ଟ, ମୁନମୁନ ଧମେଚାଙ୍କୁ ବି ଜାମିନ୍ ମିଳିଲାନି । ତାଙ୍କ ଜାମିନ ଆବେଦନକୁ ଗ୍ରହଣୀୟ ବୋଲି କହିଛନ୍ତି କୋର୍ଟ । ମୁମ୍ବାଇର ଜିଲ୍ଲା କୋର୍ଟରେ ଜାମିନ୍‌ ଆବେଦନ ନେଇ ଶୁଣାଣି ପରେ ଏହି ନିଷ୍ପତ୍ତି ହୋଇଛି । ମୁମ୍ବାଇର ଆର୍ଥର ରୋଡ ଜେଲ୍‌ ଯାଇଛନ୍ତି ଆର୍ଯ୍ୟନ୍‌ ଖାନ୍ । ହସ୍ପିଟାଲରେ ଆର୍ଯ୍ୟନ୍‌ଙ୍କ କୋଭିଡ଼ ଟେଷ୍ଟ ଓ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!