Odian News
38

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର୍

ଶ୍ରୀନଗର ୧୧।୧୦ : ଜମ୍ମୁ-କାଶ୍ମୀରର  ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ଅନ୍ୟପଟରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ପୋଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସେହିପରି ବାନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ହୋଇଥିବା ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କୀ ନିହତ ହୋଇଛି । ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି । କିଛି ଦିନ ହେବ କାଶ୍ମୀରରେ ସିଲେକ୍ଟିଭ୍ କିଲିଂ କରୁଥିବା ଆତଙ୍କବାଦୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉଦ୍ୟମ ଚଳାଇଛି । ଅନ୍ୟପଟେ କାଶ୍ମୀରରେ ଅନେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଥିବା ମଧ୍ୟ କୁହାଯାଉଛି । ତେଣୁ କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ ପକ୍ଷରୁ ଏ ଦିଗରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!