Odian News
21

୧୩ରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୧୨/୧୦ :  ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଘନୀଭୂତ ହେଉଛି । ଯାହାର ପ୍ରଭାବରେ ୧୩ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ଯାହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି ।  ୧୫ ତାରିଖ ବେଳକୁ ଗଭୀର ଅବପାତ (ୱେଲ୍‌ ମାର୍କଡ୍‌)ରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ମାଡ଼ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!