Odian News
35

ପିଏମ୍‌ ଗତିଶକ୍ତି-ନ୍ୟାସ୍‌ନାଲ୍‌ ମାଷ୍ଟର୍‌ ପ୍ଲାନ୍‌’ର ଶୁଭ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦୀ

୧୩/୧୦:  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପିଏମ୍‌ ଗତିଶକ୍ତି-ନ୍ୟାସ୍‌ନାଲ୍‌ ମାଷ୍ଟର୍‌ ପ୍ଲାନ୍‌’ର ଶୁଭ ଉନ୍ମୋଚନ କରିଛନ୍ତି।ଆର୍ଥିକ କ୍ଷେତ୍ର ସହିତ ବହୁ ସ୍ତରୀୟ ସଂଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ୧୦୦ ଲକ୍ଷ କୋଟିର ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ କରିଛନ୍ତି। ରେଳ ଏବଂ ସଡକ ସମେତ ୧୬ ଟି ମନ୍ତ୍ରଣାଳୟକୁ ସଂଯୋଗ କରୁଥିବା ଏହା ଏକ ଡିଜିଟାଲ୍ ପ୍ଲାଟଫର୍ମ। ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ସୂଚନା ଦେଇଛନ୍ତି ଯେ ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ଭିତ୍ତିଭୂମି ସଂଯୋଗ ପ୍ରକଳ୍ପର ସମନ୍ୱିତ ଯୋଜନା ଏବଂ ସମନ୍ୱିତ କାର୍ଯ୍ୟକାରିତାକୁ ପ୍ରୋତ୍ସାହିତ କରିବା। ଏନେଇ ଗୋୟଲ କହିଛନ୍ତି ଯେ ଏହି ବିଭାଗରେ ରେଳବାଇ, ପେଟ୍ରୋଲିୟମ, ଶକ୍ତି, ବିମାନ ଚଳାଚଳ, ସଡକ ପରିବହନ, ଜାହାଜ, ଆଇଟି, ଟେକ୍ସଟାଇଲ ଇତ୍ୟାଦି ୧୬ ଟି ମନ୍ତ୍ରଣାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି। ସମସ୍ତ ପ୍ରକଳ୍ପକୁ ଜିଏସ୍ ମୋଡରେ ରଖିଛନ୍ତି, ଯାହା ୨୦୨୪-୨୫ ସୁଦ୍ଧା ଶେଷ ହେବାର ଲକ୍ଷ୍ୟ ରଖାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!