Odian News
10

କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ବର,୧୩/୧୦ : କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି।  ଏ ସମ୍ପର୍କରେ  ଟ୍ବିଟ୍‌ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଶ୍ରୀ ପ୍ରଧାନ ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ,  କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା ୨(ଏଫ୍‌) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି। ୟୁଜିସି ଅଧିନିୟମ1956, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!