Odian News
12

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି

ଭୁବନେଶ୍ୱର  ,୧୩।୧୦: ଓଡ଼ିଶା ହାଇକୋର୍ଟରେ   ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଜଣ ନୂତନ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ଜଣେ ଆଇନଜୀବୀ ଓ ୨ ଜୁଡିସିଆଲ ଅଫିସରଙ୍କୁ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି । ଆଇନଜୀବୀ ମୃଗାଙ୍କ ଶେଖର ସାହୁଙ୍କୁ ବିଚାରପତି ଭାବରେ ନିଯୁକ୍ତି ପ୍ରଦାନ କରାଯାଇଥିବା ବେଳେ ଦୁଇ ଜଣ ଜୁଡିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶୀକାନ୍ତ ମିଶ୍ରଙ୍କୁ ମଧ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ଓଡ଼ିଶା ହାଇକୋର୍ଟରେ ୧୩ ଜଣ ବିଚାରପତି ରହିଥିବା ବେଳେ ଏହାକୁ ମିଶାଇ ସମୁଦାୟ ବିଚାରପତିଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!