Odian News
37

ଆଜି ସୃ‌ଷ୍ଟି ହେଲା ଲଘୁଚାପ ,୧୬ ଓ ୧୭ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୧୪।୧୦ :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।   ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ବିଭାଗର ଆକଳନ କହୁଛି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଅଞ୍ଚଳର କେତେକ ସ୍ଥାନ ଏବଂ ଅଭ୍ୟନ୍ତରଣୀ ଓଡ଼ିଶାର ଅଳ୍ପ କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମୁଖ୍ୟତଃ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରିଛି ବିଭାଗ। କିନ୍ତୁ ଲଘୁଚାପ ଜନିତ ବର୍ଷା ରାଜ୍ୟରେ ୧୫ ତାରିଖରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୬ ବେଳକୁ ବର୍ଷା ପରିମାଣ ବଢ଼ିବ। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୭ରେ ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସତର୍କତାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆରସି) ପରାମର୍ଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!