Odian News
49

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ଦର୍ଶନ ବନ୍ଦ

ପୁରୀ,୨୬/୧୦: ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଏଣୁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରାୟ ୩ ଘଣ୍ଟାରୁ ୪ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!