Odian News
74

ବରଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବରଗଡ, ୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ  ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି   । ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ  ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି।   ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।ଏଥିସହିତ ରାଜ୍ୟ ସରକାରଙ୍କର ଏହି ସ୍ୱାସ୍ଥ୍ୟ ଯୋଜନାରେ ବରଗଡ ଜିଲା ସାମିଲ ହୋଇଛି । ଜିଲାର ୩ ଲକ୍ଷ ୬୪ ହଜାର ଲୋକ ଏହି କାର୍ଡର ସୁବିଧା ପାଇପାରିବେ । ବରଗଡକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟର ୧୧ଟି ଜିଲା ଏହି ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇଛି । ଏହି ଅବସରରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜେପୁରର ୭୧ଟି ରୂପାନ୍ତରିତ ବିଦ୍ୟାଳୟକୁ ଲୋକାର୍ପିତ କରିଥିଲେ । ତାହାସହିତ ବରଗଡରେ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କରିଥିଲେ ।  ଏହି ପ୍ରକଳ୍ପ  ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ଉଚ୍ଚ ପ୍ରଶଂସା କରିଥିଲେ । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପରୁ ଚାଷୀ ପାଣି ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।  ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!