Odian News
24

ଭୁବନେଶ୍ୱରରେ ଆରମ୍ଭ ହେଲା ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର୨୪/୧୧: ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲରେ ଆରମ୍ଭ ହୋଇଛି | ଏହି କାର୍ଯ୍ୟକାରିଣୀରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି,ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ଵରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର , କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ତଥା ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଅଛନ୍ତି । ଏହା ସହିତ ସମସ୍ତ ବିଧାୟକ, ସାଂସଦ, ଜିଲ୍ଲା ସଭାପତି ତଥା ପ୍ରଭାରୀ ଉପସ୍ଥିତ ଅଛନ୍ତି। ମୁଖ୍ୟତଃ ଦଳର ଗତକାଲି ଆୟୋଜିତ ପଦାଧିକାରୀ ବୈଠକର ନିର୍ଯ୍ୟାସ ଓ ନିଷ୍ପତ୍ତି ଉପରେ ଆଗତ ହୋଇଥିବା ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବା ସହିତ ସାଂଗଠନିକ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଆଲୋହେଲାଚନା ହେବ। ତେବେ ରାଜ୍ୟ କାର୍ଯ୍ୟକାରିଣୀରେ ବିଜେଡିକୁ ବିଜେପି ଟାର୍ଗେଟ କରିଛି |ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ସିବିଆଇ ତଦନ୍ତ ନହେବା ପର୍ଯ୍ୟନ୍ତ ବିଜେପି ଆନ୍ଦୋଳନ ଜାରି ରଖିବ ବୋଲି କହିଛି | ଆଗକୁ ବିଧାନସଭା ଆସୁଛି ହେଲେ ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଆସୁନାହାନ୍ତି କେବେ ଆସିବେ ସ୍ପଷ୍ଟ କରନ୍ତୁ ବୋଲି ବିଜେପି ଦାବି କରିଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!