Odian News
62

ପୂର୍ବତନ ବିଧାୟକ ତଥା ବିଜେପି ନେତା ଦୋଳଗୋବିନ୍ଦ ନାୟକଙ୍କ ଭାତୃ ବିୟୋଗ

ରାଜକନିକା,୨୬/୧୧ : ଆଳିର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ଦୋଳଗୋବିନ୍ଦ ନାୟକଙ୍କ ସାନ ଭାଇ ବ୍ରଜ ସୁନ୍ଦର ନାୟକ(୬୮)ଙ୍କ ପରଲୋକ ହୋଇଯାଇଛି । ବୁଧବାର ସକାଳେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ଅବସ୍ଥା ଗରୁତ୍ତର ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନିଆଯାଉଥିଲା । ହେଲେ ବାଟରେ ତାଙ୍କର ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ ଏବଂ ଦରଦୀ ବ୍ୟକ୍ତି ଭାବେ ପରିଚିତ ରହିଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ପରଲୋକ ଖବର ପାଇ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, କେନ୍ଦ୍ରାପଡ଼ା ଜିଲା ବିଜେପି ସଭାପତି କିଶୋର ପଣ୍ଡା, ଉପସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା, ଆଳି ବିଧାୟକଙ୍କ ପ୍ରତିନିଧି ବିକାଶ ଚନ୍ଦ୍ର ଦାସ, ପ୍ରାକ୍ତନ ପଂଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକ, ପ୍ରାକ୍ତନ ଅଧ୍ୟକ୍ଷ ବୈକୁଣ୍ଣନାଥ ପରିଡ଼ା, ଜିଲାପରିଷଦ ସଭ୍ୟ ଜଗନ୍ନାଥ ରାଉତରାୟ ଏବଂ ବିଜେପିନେତା ବ୍ରଜସୁନ୍ଦର ଭୂୟାଁଙ୍କ ସହିତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କ ବଡ଼ାଗର ବାସଭବନରେ ପହଂଚି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରିଥିଲେ । କଣ୍ଟପଡ଼ାଠାରେ ତାଙ୍କ ପୈତୃକ ଶଶ୍ମାନରେ ଅନ୍ତିମ ସତ୍କାର କରାଯାଇଥିଲା । ତାଙ୍କ ପୁତୁରା ସୌମ୍ୟରଞ୍ଜନ ମୁଖାଗ୍ନି ଦେଇଥିଲେ । ତାଙ୍କ ଭାଇ ବରିଷ୍ଠ ଆଇନ୍‌ଜୀବୀ ଧରଣୀଧର ନାୟକ ଏବଂ ପୂର୍ବତନ ବିଧାୟକ ଦୋଳଗୋବିନ୍ଦ ନାୟକଙ୍କ ସହିତ ସମସ୍ତ ପରିବାର ବର୍ଗ ଉପସ୍ଥିତ ରହିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!