Odian News
32

କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର,୨୯/୧୧:     ବ୍ରହ୍ମପୁର ଥାନାର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି । ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି।ବ୍ରହ୍ମପୁର ଓ ଗଞ୍ଜାମର ୩ଟି ସ୍ଥାନରେ ରେଡ୍ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୧୬ ହଜାର ଟଙ୍କା ଜବତ ହୋଇଛି । ଏହି ଚଢ଼ାଉରେ ଜଣେ ଭିଜିଲାନ୍ସ ଅତିରିକ୍ତ ଏସପି, ୨ ଜଣ ଡିଏସପି ସାମିଲ ରହିଛନ୍ତି । ରେଡ୍ କରିବାରେ ୫ଜଣ ଇନ୍ସପେକ୍ଟର୍ ମଧ୍ୟ ସାମିଲ ରହିଛନ୍ତି । ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡିରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି। ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ାଉ କରାଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!