Odian News
41

ବିଧାନସଭାରେ ବିଜେପି ସଦସ୍ୟଙ୍କ ଘଣ୍ଟମାଡ଼, ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର ୭୧୨: ବିଧାନସଭା ଶୀତ ଅଧିବେଶନର ଷଷ୍ଠ ଦିନରେ ମଧ୍ୟ ଚାଲିପାରୁନି ବିଧାନସଭା ।ମମିତା ମେହେର ପ୍ରସଙ୍ଗରେ ହୋହଲ୍ଲା କରିଛନ୍ତି ବିରୋଧୀ । ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେପି ଓ କଂଗ୍ରେସ ଗୃହ ମଧ୍ୟ ଭାଗରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ହୋହଲ୍ଲା କଲେ। ବିଧାନସଭାରେ ବିଜେପି ସଭ୍ୟମାନେ ଘଣ୍ଟମାଡ଼ କରିଥିଲେ ଓ କଂଗ୍ରେସ ବିଧାୟକମାନେ ନାରାବାଜି କରିଥିଲେ। ଏହାପରେ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ।ଫଳରେ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏହି ଘଟଣା ସଂପର୍କରେ ବିଜେପି ବିଧାୟକ ଦଳର ଉପନେତା ବିଷ୍ଣୁ ସେଠୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଆସୁନାହାନ୍ତି, ତାଙ୍କ ନିଦ ଭଙ୍ଗାଇବା ଲାଗି ବିଜେପି ସଭ୍ୟମାନେ ଘଣ୍ଟନାଦ କରିଛନ୍ତି। ଏଣେ ଶାସକ ଦଳର ସଦସ୍ୟାମାନେ ବିରୋଧୀ ସଦସ୍ୟମାନଙ୍କ ଉପରେ ଗଙ୍ଗାଜଳ ସିଞ୍ଚନ କରିଛନ୍ତି।ସେପଟେ ଗୃହରେ ଘଣ୍ଟ ବାଡେଇ ବିଜେପି ପ୍ରତିବାଦ କରିଥିବା ବେଳେ କେନ୍ଦ୍ର ଅବହେଳା ପ୍ରସଙ୍ଗ ସହ ଅନ୍ୟ ପ୍ରସଙ୍ଗ ନେଇ ବିଜେଡି ମଧ୍ୟ ପ୍ରତିବାଦ କରିଛି । ବିରୋଧୀଙ୍କ ଉପରକୁ ବିଜେଡି ଗଙ୍ଗା ଜଳ ପକାଇଛି । ଗୃହର ମଧ୍ୟଭାଗରେ ତିନି ଦଳଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ଘୋଷଣା ହୋଇଛି । ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତି ତଳେ ବିଜେଡି ବିଧାୟକ ଧାରଣା ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!