Odian News
43

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ କରୋନା

ନୂଆଦିଲ୍ଲୀ,୧୦/୧: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ କରୋନା। କୋଭିଡ୍ ପଜିଟିଭ୍ ହୋଇଥିବା ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ରାଜନାଥ ସିଂହ। ତାଙ୍କ ଠାରେ କରୋନାର ସାମାନ୍ୟ ଲକ୍ଷଣ ଦେଖା ଦେଇଛି ଓ ସେ ବର୍ତ୍ତମାନ ହୋମ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି ବୋଲି ରାଜନାଥ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଟ୍ୱିଟ୍‌ରେ ସେ ଲେଖିଛନ୍ତି ” ମୁଁ ଆଜି କରୋନା ସଂକ୍ରମିତ ହୋଇଛି। ମୋ ଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି। ବର୍ତ୍ତମାନ ମୁଁ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛି। ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ମୁଁ ସେମାନଙ୍କୁ ଅନୁରୋଧ କରୁଛି ଯେ ସେମାନେ ନିଜକୁ ସଂଗରୋଧରେ ରଖିବା ସହିତ କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ।” ପୂର୍ବଥର ଭଳି ଏଥରର ସଂକ୍ରମଣରେ ସାଧାରଣ ଜନତାଙ୍କ ସହିତ ଅନେକ ନେତା ଓ ଅଭିନେତା କୋଭିଡ୍‌ରେ ସଂକ୍ରମିତ ହୋଇଛନ୍ତି। ଏହା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲୋଟ ମଧ୍ୟ କୋଭିଡ୍ ପଜିଟିଭ୍ ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!