Odian News
31

ରାଜ୍ୟରେ ୬୭ ଓମିକ୍ରନ୍‌ ଭ୍ୟାରିଆଣ୍ଟ ଚିହ୍ନଟ

ଭୁବନେଶ୍ବର ୧୨/୦୧ : ଓଡିଶାରେ ଆଉ ୬୭ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କଲା ILS । ଗତକାଲି ଓଡିଶାରେ ୨୮ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସାରା ଦେଶରେ ଓମିକ୍ରନ୍‌ ଭୟାବହତା ଜାରି ରହିଥିବା ବେଳେ ଦିନକୁ ଦିନ ଏହା ବେକାବୁ ହେବାରେ ଲାଗିଛି । ଓଡିଶାରେ ମଧ୍ୟ ସ୍ଥିତି ଧିରେ ଧିରେ ଭୟାନକ ହେବାରେ ଲାଗିଛି । ଯାହାର ଉଦାହରଣ ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!