Odian News
29

BMC କାର୍ଯ୍ୟାଳୟରେ ପସିଲା କରୋନା: ଏକାଥରକେ ୨୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର,୧୩/୧:BMC କାର୍ଯ୍ୟାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା କରାଯିବ ବୋଲି ମଧ୍ୟ କୁହାଯାଉଛି । BMC କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ଆଜି ୧୦ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫,୮୩୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪,୨୨୬ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!