Odian News
19

ଗୌହାଟୀ-ବିକାନେର ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ : ୩ ମୃତ ୧୨ଟି ବଗି ଲାଇନଚ୍ୟୁତ

ଜଲପାଇଗୁଡି,୧୩/୧ : ଗୌହାଟୀ- ବିକାନେର ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି ଓ ଲୋକ ଆହତ ହୋଇଛନ୍ତି । ପଶ୍ଚିମବଙ୍ଗର ଜଲପାଇଗୁଡି ନିକଟ ମୈନାଗୁଡିରେ ଏହାର ୧୨ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ବିକାନେରରୁ ଗୌହାଟୀ ଯାଉଥିବା ବିକାନେର ଏକ୍ସପ୍ରେସ ଗୁରୁବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ  କିଛି ଲୋକ ଆହତ ହୋଇଥିବ ଜଣାପଡିଛି । ଆହତମାନଙ୍କୁ ସ୍ଥାନୀୟ ଲୋକ ଓ ପୁଲିସ ସହାୟତାରେ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଘଟଣାସ୍ଥଳରେ ୫୧ଟି ଆମ୍ବୁଲାନ୍ସ ପହଞ୍ଚିଛି । ରେଳବାଇ ବୋର୍ଡ ଅଧ୍ୟକ୍ଷ ଘଟଣାସ୍ଥଳକୁ ଯାତ୍ରା କରିଛନ୍ତି । ସେହିପରି ଜଲପାଇଗୁଡି ଅଭିମୁଖେ ୨ଟି ଏନଡିଆରଏଫ ଟିମ୍ ଯାତ୍ରା ଆରମ୍ଭ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣା ସଂପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହିତ ଆଲୋଚନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!