Odian News
21

ଅତି ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ-ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର ୧୪।୧: କୋଭିଡ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ ।  ତେଣୁ ଏଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ । ଯେଉଁମାନଙ୍କର ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି । ସେଠି ଯୋଗାଯୋଗ କରି ସେମାନେ ଔଷଧ ନେଇପାରିବେ । ଏମିତିକି ଓପିଡିର ଆଟେଣ୍ଡାନ୍ସ କମାଇବାକୁ ବି କୁହାଯାଇଛି । ହସ୍ପିଟାଲରେ ମାଇନର ସର୍ଜରୀ ନୁହେଁ, ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ । ଯେଭଳି ରାଜ୍ୟରେ ସଂକ୍ରମଣ ନ ବଢ଼ିବ, ସେଥିଲାଗି ଏଭଳି କଟକଣା ଲଗାଯାଇଛି । ଏହି କଟକଣା ରୋଗୀଙ୍କ ଭଲ ପାଇଁ କରାଯାଇଛି । ରାଜ୍ୟରେ ସଟଡାଉନ ଓ ଲକଡାଉନ ଆବଶ୍ୟକ କି ବୋଲି ପ୍ରଶ୍ନରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ୧୦ ହଜାର, ୧୨ ହଜାର ଦୈନିକ ସଂକ୍ରମଣରେ ଦ୍ବିତୀୟ ଲହରର ପ୍ରଭାବ ଦେଖନ୍ତୁ, ଏଥରର ପ୍ରଭାବ ଦେଖନ୍ତୁ । ସବୁ ଦିଗକୁ ଧ୍ୟାନରେ ରଖି ସରକାର ଉଚିତ ପଦକ୍ଷେପ ନେଉଛନ୍ତି । ସରକାର କ’ଣ ପଦକ୍ଷେପ ନେଉଛନ୍ତି, ଆମେ ତାହାକୁ ଅପେକ୍ଷା କରିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!