ଭୁବନେଶ୍ୱର,୧୪/୮ : ସ୍ୱାଧୀନତାର ଗୌରବମୟ ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ “ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଜୋରଦାର ହେବାରେ ଲାଗିଛି । ଘରେ ଘରେ ତ୍ରିରଙ୍ଗା ପତକା ଉଡାଉଛନ୍ତି ଲୋକେ । ୧୩ରୁ ୧୫ ପର୍ଯ୍ୟନ୍ତ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି ।ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିର ଗୌରବମୟ ଅବସରରେ ସାରା ଦେଶରେ ହର୍ ଘର ତ୍ରିରଙ୍ଗା ଅଭିଯାନ ଜୋରଦାର ହେବାରେ ଲାଗିଥିବାବେଳେ ଆମ ରାଜ୍ୟର ମିଶନ ଶକ୍ତି ମା’ମାନେ ୩୦ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରି ବେଶ୍ ପ୍ରଶଂସନୀୟ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଏହି  ଦାୟିତ୍ୱ ଅର୍ପଣ କରିବା ସହ ଅନୁଦାନ ଯୋଗାଇ ଦେଇଥିଲେ। ସିଲାଇ କାର୍ଯ୍ୟରେ ସଂପୃକ୍ତ ମିଶନ ଶକ୍ତି ସ୍ୱୟଂ ସହାୟକ ଏବଂ ଉତ୍ପାଦକ ଗୋଷ୍ଠୀର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ହାତ ତିଆରି ଜାତୀୟ ପତାକା ପ୍ରଦାନ କରିବା ସହ ମୁଖ୍ୟମନ୍ତ୍ରୀ  ସେମାନଙ୍କ ଉପରେ ଭରସା ରଖି ଏଭଳି ଏକ ବିଶାଳ ଦାୟିତ୍ୱ ପ୍ରଦାନ କରିଥିବାରୁ କୃତଜ୍ଞତା ଜଣାଇଥିଲେ ।   କୃତଜ୍ଞତା ପ୍ରଦାନ କରିଥିଲେ।   ସିଲାଇ କାର୍ଯ୍ୟରେ ସଂପୃକ୍ତ ମିଶନ ଶକ୍ତି ସ୍ୱୟଂ ସହାୟକ ଓ ଉତ୍ପାଦକ ଗୋଷ୍ଠୀର ଗୋଟିଏ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ହାତ ତିଆରି ଜାତୀୟ ପତାକା ପ୍ରଦାନ କରିବା ସହ ମୁଖ୍ୟମନ୍ତ୍ରୀ  ସେମାନଙ୍କୁ କୃତଜ୍ଞତା ଜଣାଇଥିଲେ । ରାଜ୍ୟର ୨୨ଟି ଜିଲ୍ଲାର ୫୦୦ ସ୍ୱୟଂ ସହାୟକ ଗୋଷ୍ଠୀ/ଉତ୍ପାଦକ ଗୋଷ୍ଠୀର ୧୦ ହଜାରରୁ ଅଧିକ ସଦସ୍ୟା ଏହି ପତାକା ସିଲାଇ କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଦୈନିକ ହାରାହାରି ୩.୫ରୁ ୪ ଲକ୍ଷ ଯାଏ ସିଲାଇ କରି ଏହି ଲକ୍ଷ୍ୟ ହାସଲ କରିବାକୁ ଉଦ୍ୟମ କରାଯାଇଥିଲା । ଅଗଷ୍ଟ ୧୦ ସୁଦ୍ଧା ଏହି ତିଆରି ହୋଇଥିବା ପତାକାଗୁଡ଼ିକ ପ୍ରତ୍ୟେକ ଜିଲ୍ଲାରୁ ସଂଗୃହୀତ ହୋଇ ବଣ୍ଟନ ଆରମ୍ଭ କରାଯାଇଥିଲା । ପତାକା ତିଆରିର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଥିବା ବେଳେ ଏହି ତ୍ରିରଙ୍ଗା ଗୁଡ଼ିକ ଜିଲ୍ଲା ପ୍ରଶାସନ ଦ୍ୱାରା ଜନସାଧାରଣଙ୍କୁ ବିନା ଦେୟରେ ବଣ୍ଟନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: