ଭୁବେନଶ୍ବର,୨୨।୧ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ। ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ପରିଷଦ। ଫେବୃଆରୀ ପହିଲାରୁ ପ୍ରାକ୍ଟିକାଲ ପରୀକ୍ଷା ହେବାକୁ ଥିବାରୁ ପରୀକ୍ଷା ସମ୍ବନ୍ଧୀୟ ସମସ୍ତ ମାଟେରିଆଲ୍ସ ଆସନ୍ତା ୨୪ ତାରିଖ ସକାଳୁ ସିଏଚ୍ଏସ୍ଇ କାର୍ଯ୍ୟାଳୟରୁ ବାହାରିବ। ୨୯ ତାରିଖ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଏହା ପହଞ୍ଚିବ। ଏ ନେଇ ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ ଡ. ଅଶୋକ କୁମାର ନାୟକ ସମସ୍ତ ଅଧ୍ୟକ୍ଷ ଏବଂ ପରୀକ୍ଷା କେନ୍ଦ୍ରର ସୁପରିଟେଣ୍ଡେଣ୍ଟଙ୍କୁ ଚିଠି ଲେଖି ଜଣାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |