47

ଭୁବନେଶ୍ଵର ଓ ପୁରୀରେ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ୍-ସୁଜଳ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୪/୧୦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭିଡିଓ କନଫରେନ୍ସ ମାଧ୍ୟମରେ ଭୁବନେଶ୍ବର ଓ ପୁରୀରେ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ୍-ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ। ଏହାଦ୍ବାରା ଲୋକମାନେ ଉନ୍ନତ ଦେଶର ଲୋକମାନଙ୍କ ପରି ସିଧାସଳଖ ଟ୍ୟାପ ରୁ ପାଣି ଆଣି ପିଇ ପାରିବେ । ଏହାଦ୍ବାରା ଏହି ଦୁଇ ସହରର ଏକ ଲକ୍ଷ ଅଶୀ ହଜାରରୁ ଅଧିକ ଲୋକ ଉପକାର ପାଇବେ। ଏହି ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ୍-ସୁଜଳ’ ରାଜ୍ୟରେ ସବୁ ଅଞ୍ଚଳରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ । ଭୁବନେଶ୍ବରର ସାଲିଆ ସାହି ଓ ପୁରୀର ମଶାଣୀଚଣ୍ଡୀରେ ଏହି କାର୍ୟ୍ୟକ୍ରମ ଲୋକାର୍ପିତ ହୋଇଥିଲା। ସାଲିଆ ସାହିରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଧାୟକ ସୁଶାନ୍ତ ରାଉତ ଏବଂ ପୁରୀରେ ମନ୍ତ୍ରୀ ତୃଷାରକାନ୍ତି ବେହେରା ଓ ବିଧାୟକ ଜୟନ୍ତ ଷଡଙ୍ଗୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଲୋକାର୍ପଣ କରିଥିଲେ। ଜଳସାଥି ମାନଙ୍କୁ ଜଳର ମାନ ପରୀକ୍ଷା ଯନ୍ତ୍ର ପ୍ରଦାନ କରାଯାଇଥିଲା ଏବଂ ପାଣି ପାଇପ୍ ମିସ୍ତ୍ରୀ ମାନଙ୍କୁ ପ୍ରଶିକ୍ଷଣ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ହେଉଛି ଏକ ବଡ ପର୍ୟ୍ୟଟନ କେନ୍ଦ୍ର। ପ୍ରତିଦିନ ବହୁତ ପର୍ୟ୍ୟଟକ ଏଠାକୁ ଆସନ୍ତି। ସେମାନେ ପାଣି ପାଇଁ ପ୍ଲାଷ୍ଟିକ ବୋତଲ ବ୍ୟବହାର କରନ୍ତି। ତେଣୁ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ୍-ସୁଜଳ’ ସୁବିଧା ଦ୍ବାରା ପୁରୀରୁ ପ୍ଲାଷ୍ଟିକ ପ୍ରଦ୍ୟୁଷଣ କମିଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଦଶ ଲକ୍ଷରୁ ଅଧିକ ଲୋକସଂଖ୍ୟା ଥିବା ସହର ମାନଙ୍କ ମଧ୍ୟ ରେ ଶତ ପ୍ରତିଶତ ପାଇପ ପାଣି ସବୁ ଘରକୁ ସଂଯୋଗ କ୍ଷେତ୍ରରେ ଭୁବନେଶ୍ବର ଦେଶର ପ୍ରଥମ ସହର ଅଟେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!