13

କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ସାନଖେମୁଣ୍ଡି ୧୮।୧୦: କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ପୁଣି ଦୁର୍ଘଟଣା । ବିଳମ୍ବତି ରାତିରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ । ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ଭଂଜନଗର ମେଡିକାଲ ଓ ପରେ ପରେ ବ୍ରହ୍ମପୁର ବଡ ମେଡିକାଲକୁ ଚିକତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଟ୍ରକଟି ସମ୍ବଲପୁରରୁ ଲୁହା ରଡ ବୋଝେଇ କରି ଅ।ନ୍ଧ୍ର ପ୍ରଦେଶ ଯାଉଥିବା ବେଳେ କଳିଙ୍ଗା ଘାଟିରେ ଦୁର୍ଘଟଣା ଘଟିଥିଲା । ବ୍ରେକଫେଲ ହେବା କାରଣରୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଥିବା ବେଳେ ଜେ ରବି ଏବଂ ହେଲପର ଏସ୍ କେ ଖାସିମ୍ ଗୁରୁତର ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!