ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ମୋଟ୍ ୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୩ ଜଣ ସଂଗରୋଧ ଓ ୧୭୬ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |