41

ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର,୨୭ ।୧୦ : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି । ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ମଇଦାନକୁ ଓହ୍ଲାଇବାକୁ ଯାଉଛନ୍ତି । କିନ୍ତୁ ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ ।୨୯ରେ ବାଲେଶ୍ୱର ପାଇଁ ନବୀନ ଡିଜିଟାଲରେ ପ୍ରଚାର କରିବେ ବୋଲି ଜଣାପଡିଛି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପ୍ରଚାର କରିବେ ନବୀନ । ସେହିପରି ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ହୋଇଥିବା ବିଜୟ ଶଙ୍କର ଦାସଙ୍କ ପାଇଁ ଆସନ୍ତାକାଲି ଡିଜିଟାଲ କ୍ୟାମ୍ପେନ କରିବେ ନବୀନ ପଟ୍ଟନାୟକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!