38

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮/୧୦ :ରାଜ୍ୟରେ ହୁ ହୁ ହୋଇ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ମୋଟ୍‌ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ମାନଙ୍କ ମଧ୍ୟରୁ ୩୩ ଜଣ ସଂଗରୋଧ ଓ ୭୭ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଚନ୍ଦ୍ରଶେଖରପୁର, ପୁରୁଣା ଭୁବନେଶ୍ୱରରୁ ୫-୫ ଜଣ, ବଡ଼ଗଡ଼, ନୟାପଲ୍ଲୀରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!