53

ରାଜ୍ୟରେ କରୋନା ନେଲା ୧୪ ଜୀବନ

ଭୁବନେଶ୍ବର ୫/୧୧: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!