59

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ୧୮।୧୧: ତାଳଚେରର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଏକାସାଙ୍ଗରେ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚନ୍ଦ୍ରମଣି ସାହୁଙ୍କ ତାଳଚେର ସ୍ଥିତ ଅଫିସ , ଢେଙ୍କାନାଳ ସହରର ଟାଉନପ୍ଲାନିଙ୍ଗ ସ୍ଥିତ ବାସଭବନ, ଷ୍ଟେସନ ବଜାର ସ୍ଥିତ ଘର, ମହାବିର ବଜାରରେ ଥିବା ଶ୍ୱଶୁର ଘର , ପିଙ୍ଗୁଆ ଖଣ୍ଡବନ୍ଧ ନିକଟରେ ଥିବା ପୈତୃକ ଘର ଏବଂ ଭୁବନେଶ୍ୱର ଟଙ୍କପାଣି ସ୍ଥିତ ଫ୍ଲାଟରେ ଏକା ସାଙ୍ଗେ ଚଢାଉ ଜାରି ରହିଛି । କଟକ ଭିଜିଲାନ୍ସ ଶାଖା ତରଫରୁ ଆଜି ସକାଳ ସମୟରୁ ଏହିସବୁ ସ୍ଥାନରେ ଚଢାଉ ଜାରି ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!