79

ହସ୍ପିଟାଲରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ବରଗଡ ୨୩।୧୧:  ବରଗଡ଼ ଜିଲ୍ଲା ସଦର ମହକୁମା ହସ୍ପିଟାଲ ଉପର ମହଲା ଶିଶୁ ଓ୍ୱାର୍ଡରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବା ଦ୍ୱାରା ମେଡିସିନ, ସାଲାଇନ୍‌, ବେଡ଼ ସହ ହସ୍ପିଟାଲର ବିଭିନ୍ନ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି । ଖବର ଅନୁଯାୟୀ, ବିଳମ୍ବିତ ରାତିରେ ହଠାତ୍‌ ସଦର ମହକୁମା ହସ୍ପିଟାଲର ଶିଶୁ ଓ୍ୱାର୍ଡରେ ନିଆଁ ଲାଗିଯାଇଥିଲା । ହସ୍ପିଟାଲରେ ନିଆଁ ଲାଗିଥିବା ଦେଖି କର୍ମଚାରୀମାନେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ  ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲା । ଶେଷରେ ଦୀର୍ଘ ୨ରୁ ୩ଘଣ୍ଟାର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେଉଁ କାରଣରୁ ନିଆଁ ଲାଗିଲା , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଦ୍ୱାରା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!