Odian News
66

ଗାଁ ଦାଣ୍ଡରୁ ଆଉ ଜଣେ ଶିଶୁ କନ୍ୟା ନିଖୋଜ

ନୟାଗଡ : ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ ବର୍ଷର ଶିଶୁ କନ୍ୟା ପରୀ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଥିବା ବେଳେ ସମାନ ସ୍ଥାନରୁ ଆଉ ଜଣେ ଶିଶୁକନ୍ୟାର ନିଖୋଜ ଘଟଣା ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।  ପରୀକୁ କିଏ ହତ୍ୟା କଲା ଏବଂ କାହିଁକି ହତ୍ୟା କଲା ତାହାର ତଦନ୍ତ ଚାଲିଥିବା ବେଳେ ନୟାଗଡରୁ ଆଉ ଏକ ଶିଶୁ କନ୍ୟା ନିଖୋଜ ଘଟଣା ସାମ୍ନାକୁ ଆସିଛି। ସୂଚନାନୁସାରେ, ନୟାଗଡ ଜିଲା ରଣପୁର ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟା ଶୁକ୍ରବାର ଅପରାହ୍ନରୁ ହଠାତ କେଉଁ ଆଡେ ନିଖୋଜ ହୋଇଯାଇଛି । ରଣପୁର ଥାନା ବଧିପାଟଣା ଗ୍ରାମର ସଞ୍ଜୟ ସାହୁଙ୍କ ଝିଅ ହରପ୍ରିୟା ଶୁକ୍ରବାର ଗାଁ ଦାଣ୍ଡରେ ଖେଳୁଥିଲା । ସନ୍ଧ୍ୟା ହେବା ପରେ ସେ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ବହୁ ଖୋଜାଖୋଜି ପରେ ବି ହରପ୍ରିୟାଙ୍କ କୌଣସି ସନ୍ଧାନ ପାଇନଥିଲେ । ହରପ୍ରିୟା ହଠାତ ଗାଁ ଦାଣ୍ଡରୁ କେଉଁଆଡେ ଅନ୍ତର୍ଧ୍ୟାନ ହୋଇଯାଇଥିଲେ । ଏନେଇ ହରପ୍ରିୟାର ବାପା ସଞ୍ଜୟ ପୁଲିସ ଷ୍ଟେସନରେ ଏକ ଅଭିଯୋଗ ଦାୟର କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ହରପ୍ରିୟାଙ୍କୁ ଖୋଜିବା ପାଇଁ ପ୍ରୟାସ ଆରମ୍ଭ କରିଥିବା ଜଣାପଡ଼ିଛି। ଆଜି ସକାଳୁ ଅଗ୍ନିଶମ ବିଭାଗ ଓ ପୁଲିସ ଗାଁରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!