103

ଭିଜିଲାନ୍ସ ଜାଲରେ ସମବାୟ ସମିତିର ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର

ବଲାଙ୍ଗୀର ୨୯।୧୨: ଭିଜିଲାନ୍ସ ଜାଲରେ ପଡିଲେ ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର ସୁଧୀର ନନ୍ଦଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସୁଧୀରଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗୀର ପ୍ୟାଲେସ ଲାଇନ୍ ସ୍ଥିତ ନିଜ ଘରେ, ରୁଗୁଡ଼ିପଡ଼ା ସ୍ଥିତ ସଂପର୍କୀୟଙ୍କ ଘରେ ଓ ବିଡିସିସି ବ୍ୟାଙ୍କରେ ଏକକାଳୀନ ଚଢାଉ ଜାରି ରହିଛି। ଏହି ଚଢ଼ାଉରେ ବଲାଙ୍ଗୀର, ବରଗଡ, ସୋନପୁର ଓ ସମ୍ବଲପୁରର ଭିଜିଲାନ୍ସ ଟିମ ସାମିଲ ଅଛନ୍ତି। ଚଢାଉ ବେଳେ ସୁନା, ନଗଦ ଟଙ୍କା, ୩ଟି ଜମି କାଗଜପତ୍ର , ବ୍ୟାଙ୍କ ପାସବୁକ୍ ଜବତ ହୋଇଛି। ପୂର୍ବରୁ ସୁଧୀର ନନ୍ଦଙ୍କ ନାଁରେ ଅନେକ ଅଭିଯୋଗ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!