ବ୍ରହ୍ମପୁର୨/୧(ମନୋଜ କୁମାର ପାତ୍ର):ଲକ୍ଷ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଦ୍ଵିତୀୟ ଚଳଚ୍ଚିତ୍ର ମହୋତ୍ସବର ଉଦଘାଟନୀ ଉତ୍ସବ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଚଳଚ୍ଚିତ୍ର ନିର୍ମାତା ନିର୍ଦେଶକ ମେଜର ରମାରମନ ପାଢ଼ୀ, ନିର୍ଦେଶକ ଏନ. ରାମବାବୁ, ଅଗ୍ରଣୀ ନାଟ୍ୟ ଅନୁଷ୍ଠାନ ନାଟ୍ୟଚେତନା ର ପ୍ରତିଷ୍ଠାତା ସୁବୋଧ ପଟ୍ଟନାୟକ, ଲୋକସମ୍ପର୍କ ଅଧିକାରୀ ମନମୋହନ ପାଢୀ, ସତୀଶ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ କରୋନା ସମ୍ପର୍କିତ କ୍ଷୁଦ୍ର ଚଳଚ୍ଚିତ୍ର ମର୍ତ୍ତ୍ୟପୁରରେ ଯମରାଜ ପ୍ରଦର୍ଶିତ ହୋଇଥିଲା। ଏହାପରେ ନାଟ୍ୟ ଚେତନା ପକ୍ଷରୁ ସଚେତନତା ଧର୍ମୀ ନାଟକ ଆମ ଘର ମଂଚସ୍ଥ ହୋଇଥିଲା। ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ପ୍ରତିଷ୍ଠାତା ମନୋଜ ସାମଲଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟ କର୍ମକର୍ତ୍ତା ମାନେ ପରିଚାଳନାରେ ସହଯୋଗ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |