72

ଶ୍ମଶାନର ଛାତ ଭୁଶୁଡ଼ିପଡ଼ିବାରୁ ୧୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୩ା୧ : ଦିଲ୍ଲୀର ଗାଜିଆବାଦରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏକ ଶ୍ମଶାନ ଛାତ ଭୁଶୁଡ଼ି ପଡ଼ିବା ଫଳରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେବେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଗାଜିଆବାଦର ମୁରାଦନଗରରେ ଏକ ଶ୍ମଶାନକୁ କିଛି ଲୋକ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଆସିଥିଲେ । ବର୍ଷା କାରଣରୁ ଲୋକମାନେ କୋଠା ତଳେ ଛିଡ଼ା ହୋଇଥବବା ବେଳେ ହଠାତ କୋଠା ଭୁଶୁଡ଼ି ପଡ଼ିଥିଲା । ପରେ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୧୬ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲା । ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ପୋଲିସ ପୋଲିସ ଆଶଙ୍କା କରୁଛି । ଗାଜିଆବାଦ ପୁଲିସ ଷ୍ଟେସନର ମୁରାଦନଗର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଭୁଶୁଡ଼ିଥିବା କୋଠା ତ‌ଳେ ଅନେକ ଲୋକ ଚାପି ହୋଇ ରହିଥିବା କହିିଛି ପୁଲିସ। ଏହା ସହ ଖବର ପାଇ ଗାଜିଆବାଦ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ସେ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!