42

ସୁବ୍ରତ ସାହୁଙ୍କୁ ମିଳିଲା ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ୱର,୧୨/୦୧: ୧୯୯୨ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଶ୍ରୀ ସାହୁଙ୍କୁ ନିଯୁକ୍ତ କରାଯାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବ୍ରତ ସାହୁ ଏବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ କାର୍ଯ୍ୟାଳୟର ଦାୟିତ୍ୱ ସହିତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୃହ ଓ ଜେଲ ପ୍ରଶାସନ, ଶକ୍ତି, ଇଲେକ୍ଟ୍ରୋନିକ୍ସ, ଆଇଟି, ବାଣିଜ୍ୟ ଏବଂ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉଛନ୍ତି। ଏହାପୂର୍ବରୁ ସେ ଛତିଶଗଡ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ଦକ୍ଷତା ଓ ସ୍ୱଚ୍ଛତାର ସହିତ ନିର୍ବାଚନ ପରିଚାଳନା କରିଥିଲେ। ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ପୁରସ୍କୃତ ବି ହୋଇଥିଲେ ସୁବ୍ରତ ସାହୁ। ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁଙ୍କର ପୁଅ ହେଉଛନ୍ତି ସୁବ୍ରତ। ନିଜର ଅନନ୍ୟ ପାରଦର୍ଶିତା ଓ ଉଚ୍ଚକୋଟୀର କାର୍ଯ୍ୟକୁଶଳତା ପାଇଁ ସେ ପ୍ରଶାସନିକ ମହଲରେ ବେଶ ସୁନାମ ଅର୍ଜନ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!