10

ଆସନ୍ତାକାଲି ରାଷ୍ଟ୍ରୀୟ ସମ୍ମାନ ସହ ହେବ ପଦ୍ମଶ୍ରୀ ପ୍ରକାଶଙ୍କ ଶେଷକୃତ୍ୟ

ଭୁବନେଶ୍ୱର, ୧୩ା୧ : ରାଷ୍ଟ୍ରୀୟ ସମ୍ମାନ ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ହେବ । ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆସନ୍ତାକାଲି ସକାଳେ କାଳିଆବୋଦା ଶ୍ମଶାନରେ ପ୍ରକାଶଙ୍କ ଅନ୍ତିମ ସଂସ୍କାର ହେବ । ଶ୍ରୀ ରାଓଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ପ୍ରକାଶଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଶେଶୀ ଲାଲ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସମେତ ବହୁ ବରିଷ୍ଠ ରାଜନେତା ଗଭୀର ସମବେଦନା ଜଣାଇଛନ୍ତି । ତେବେ ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଆଜି ପରଲୋକ ଘଟିଛି । କିଛିଦିନ ହେଲା ସେ କଟକ ଏସସିବିରେ ଚିକିତ୍ସାଧୀନ ଥିଲେ । ବ୍ରେନ ଷ୍ଟ୍ରୋକ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!