38

ଜିଲ୍ଲାପାଳ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ

ନବରଙ୍ଗପୁର,୧୩/୧(ମିହିର ଶଙ୍କର ପାତ୍ର): ନବରଙ୍ଗପୁର ସ୍ଥିତ ମିଶନଶକ୍ତି ସଭାଗୃହ ଠାରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଆଜି ଜିଲାସ୍ତରୀୟ ମାସିକ ରାଜସ୍ବ ବୈଠକ ଅନୁଷ୍ଠିତ ହୋଇଯାଇଛି |  ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଅଧ୍ୟକ୍ଷତା ରେ ଆୟୋଜିତ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ରେ ଅତିରିକ୍ତ ଜିଲ୍ଲାପାଳ ନିମାଇ ଚରଣ ସୁତାର, ଉପ ଜିଲ୍ଲାପାଳ, ଭାସ୍କର ରୋଇତ , ଡେପୁଟି ଜିଲ୍ଲାପାଳ, ମୌସୁମୀ ନାୟକ ସମେତ ନବରଙ୍ଗପୁର ଜିଲ୍ଲାର 10 ଗୋଟି ତହସିଲର ତହସିଲଦାର ଏବଂ ଅନ୍ୟାନ୍ୟ କର୍ମୀ ଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିବା ସହ ଆସନ୍ତା 2020/21 ଫେବୃଆରୀ ଠାରୁ ମାର୍ଚ୍ଚ ମାସ ସୁଦ୍ଧା ଶତପ୍ରତିଶତ ରାଜସ୍ବ ଆଦାୟ କରିବା ପାଇଁ ଜିଲ୍ଲାପାଳ ତହସିଲଦାର ମାନଙ୍କୁ ନିର୍ଦେଶ ଦେବାସହ ସମସ୍ତ ସୌରାତ ମାମଲା ଗୁଡିକର ଶୀଘ୍ର ଫଇସଲା କରି ରାଜସ୍ବ ଆଦାୟ କରିବାକୁ କହିଥିଲେ । online e-pauti ମାଧ୍ୟମରେ ସତ ପ୍ରତିଶତ ରାଜସ୍ୱ ଆଦାୟ କରିବା ପାଇଁ ତହସିଲଦାର ମାନଙ୍କୁ ପରାମର୍ଶ ଦେଇଥିଲେ ।ରିପୋଟ , ନବରଙ୍ଗପୁର

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!