ଭୁବନେଶ୍ୱର,୧୨।୭: ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି। ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି। ଭୁବନେଶ୍ୱର ଉପକଣ୍ଠ ବଇଞ୍ଚୁଆ ଧବଳହାର ନିକଟରେ କୁଆଖାଇ ନଦୀରେ ୮ ଜଣ ସାଙ୍ଗ ଗାଧୋଉଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ବୁଡି ଯାଇଥିଲେ । କାଲି ୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ଆଉ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ର ହେଲେ ଜାମସେଦପୁରର ଆର୍ଯ୍ୟନ ମିଶ୍ର , କଟକର କୁମାର ଅବିନାଶ, କଣ୍ଟାପଡାର ରୋହିତ ପରିଡା, କଟକ ବାଲିକୁଦାର ପ୍ରତୀକ ଧଳସାମନ୍ତ । । ଗତ କାଲି ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ସକାଳେ ଆଉ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆର୍ଯ୍ୟନଙ୍କ ଘର ଜାମସେଦପୁରରେ ହୋଇଥିବା ବେଳେ ରୋହିତଙ୍କ ଘର ବାଲେଶ୍ୱରରେ । ଅଭିନାଶ ଏବଂ ପ୍ରତୀକଙ୍କ ଘର କଟକରେ ବୋଲି ଜଣାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |