ଭୁବନେଶ୍ୱର ,୧୨ା୭:ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍) ଅନୀଲ କୁମାର ମିଶ୍ରା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ କରିଥିବା ୩ ଜଣ ଷ୍ଟାଫ୍ ମଧ୍ୟ ଅଛନ୍ତି। ଏହି ଦୁର୍ଘଟଣାରେ ଷ୍ଟେସନ ମାଷ୍ଟର, ଟ୍ରାଫିକ ଇନ୍ସପେକ୍ଟର ଓ ମେଣ୍ଟେନରଙ୍କ ଭୂମିକା ମଧ୍ୟ ରହିଛି। ସେଥିପାଇଁ ସେମାନଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ଏହି କର୍ମଚାରୀମାନେ ସତର୍କ ହୋଇଯାଇଥିଲେ ଦୁର୍ଘଟଣାକୁ ଟାଳି ହୋଇଥା’ନ୍ତା। ତେଣୁ କାର୍ଯ୍ୟରେ ଅବହେଳା କରିଥିବା ନେଇ ସେମାନଙ୍କୁ ନିଲମ୍ବନ କରାଯାଇଛି। ସିବିଆଇ ଘଟଣାର ତଦନ୍ତ ଜାରି ରଖିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |