କଟକ,୧୩।୭:ଆସନ୍ତା ୨୬ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉଦ୍ଯାପନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ୨୭ରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ମଧ୍ୟ ଯୋଗଦେବେ ।ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏନେଇ କଟକ ଓ ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |