ଭୁବନେଶ୍ୱର,୧୫।୭ :କଂଗ୍ରେସ ଦଳରୁ ନିଲମ୍ବିତ ହେଲେ କଟକ ବାରବାଟୀ ବିଧାୟକ । ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳ ସସ୍ପେଣ୍ଡ କରିଥିବା ସୂଚନା ଦିଆଯାଇଛି । ସେହିପରି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ମଧ୍ୟ ଦଳରୁ ସସ୍ପେଣ୍ଡ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଏଆଇସିସି ଉଭୟଙ୍କୁ ସସ୍ପେଣ୍ଡ କରିଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଉଭୟେ ସସ୍ପେଣ୍ଡ ହୋଇଛନ୍ତି ବୋଲି ଜଣାପଡ଼ିଛି ।ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ତଥା ପୂର୍ବତନ କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଛି । ଏଆଇସିସି ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାକୁ ଦୁଇ ନିଲମ୍ବିତ ନେତା ଗ୍ରହଣ କରିଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକ ମଧ୍ୟ ଏଆଇସିସି ନିଷ୍ପତ୍ତିକୁ ଗ୍ରହଣ କରିଥିବା କହିଛନ୍ତି । ତେବେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏମାନଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି ।ଦଳ ବିରୋଧୀ କାର୍ଯ୍ୟ ପାଇଁ ସେମାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟକଳାପ ନେଇ ସେମାନଙ୍କୁ ସ୍ପଷ୍ଟୀକରଣ ମଗାଯାଇଥିଲା । କିନ୍ତୁ ସନ୍ତୋଷଜନକ ଉତ୍ତର ନମିଳିବାରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି (ଡିଏସି) ନିଲମ୍ବନ ନେଇ ସୁପାରିଶ କରିଥିଲା । ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ସଦସ୍ୟ ସଚିବ ତାରିକ ଅନୱାର ଏହି ଦୁଇ ନେତାଙ୍କୁ ତତ୍କାଳ ନିଲମ୍ବନ କରିବାକୁ ଆଦେଶ ଜାରି କରିଛନ୍ତି ।ପୂର୍ବରୁ ଉଭୟ ନେତା କଂଗ୍ରେସ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଅଭିଯୋଗ କରିଥିଲେ । ଯାହାକୁ ନେଇ ଉଭୟଙ୍କ ଠାରୁ ଏକ୍ସପ୍ଲାନେସନ ମଧ୍ୟ ମଗାଯାଇଥିଲା । ମଗାଯାଇଥିବା ପ୍ରଶ୍ନର ଉତ୍ତର ଦେଇଥିଲେ ଉଭୟ ନେତା । ହେଲେ ଉଭୟଙ୍କଠାରୁ ମିଳିଥିବା ଉତ୍ତର ସନ୍ତୋଷଜନକ ନଥିବା କହିଛି ଡିଏସି । ତେଣୁ ଉଭୟଙ୍କୁ ସସ୍ପେଣ୍ଡ ନେଇ ଡିସିପ୍ଲିନାରୀ ଆକ୍ସନ କମିଟିର ନିଷ୍ପତ୍ତି ନେଇଥିବା ସୂଚନା ଦିଆଯାଇଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |