୧୧ କେ.ଭି ତାର ସଂସ୍ପର୍ଶରେ ଆସି ଚାଲିଗଲା ୫ କାଉଡିଆଙ୍କ ଜୀବନ

ନୂଆଦିଲ୍ଲୀ,୧୬।୭:ଉତ୍ତରପ୍ରଦେଶର ମିରଟରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ୧୧ କେ.ଭି ତାର ସଂସ୍ପର୍ଶରେ ଆସି ଚାଲିଗଲା ୫ କାଉଡିଆଙ୍କ ଜୀବନ। ତେବେ କରେଣ୍ଟ ଲାଗି ଆହତ ହୋଇଥିବା ଯାତ୍ରୀଙ୍କ ସଂଖ୍ୟା ୨୦ରୁ ଉର୍ଦ୍ଧ ରହିଛି। କାଉଡିଆମେନେ ହରିଦ୍ୱାରରୁ ପାଣିଭାର ଆଣି ଯାଉଥିଲେ। ଏହି ସମୟରେ ୧୧ କେ.ଭି ତାର ସମ୍ପର୍କରେ ଆସିଯାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଉତ୍ତର ପ୍ରଦେଶର ମେରଠ ଜିଲ୍ଲାର ରାଲି ଚୌହାନ ଗାଁରେ ଶନିବାର ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି କାଉଡ଼ିଆମାନେ ଜଳଲାଗି ପାଇଁ ହରିଦ୍ୱାରରୁ ଗଙ୍ଗା ନଦୀରୁ ପାଣି ନେଇ ଗାଡ଼ିରେ ଆସୁଥିଲେ। ସେମାନଙ୍କ ଗାଡ଼ି ରାଲି ଚୌହାନ ଗାଁ ଅତିକ୍ରମ କରୁଥିବା ବେଳେ ତାହା ତଳକୁ ଓହଳି ରହିଥିବା ଏକ ୧୧ କେଭି ବିଦ୍ୟୁତ୍ ତାରରେ ଘସି ହୋଇଯାଇଥିଲା। ବିଦ୍ୟୁତ୍ ଝଟକାରେ ମନୀଷ ନାମକ ଜଣେ କାଉଡ଼ିଆଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆଉ ୪ ଜଣଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ୫ ଗୁରୁତରଙ୍କୁ ପୃଥକ ପୃଥକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି| ଏହି ଘଟଣା ପରେ ରାଲି ଚୌହାନ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ ଏହି ଘଟଣା ଘଟିଥିବା ସେମାନେ ଅଭିଯୋଗ କରିଥିଲେ। ସ୍ଥାନୀୟ ଅଞ୍ଚଳରେ ନିଯୁକ୍ତ ବିଦ୍ୟୁତ୍ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେମାନେ ଦାବି କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!