ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା , ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୬।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଗତକାଲି ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଥିଲା। ୧୮ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଲଘୁଚାପର ରୂପ ନେଇପାରେ । ଫଳରେ ଆସନ୍ତା କିଛି ଦିନ ବର୍ଷା ଜାରି ରହିବ । ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୧ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିଭଳି ପ୍ରବଳ ବର୍ଷା ହେବାନେଇ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।ଆସନ୍ତା ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ପୌର କମିଶନରଙ୍କୁ ସତର୍କ ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସମସ୍ତ କ୍ଷେତ୍ରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଓ ଓଡ଼ିଶା-ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ପରବର୍ତୀ ୨ରୁ ୩ ଦିନ ମଧ୍ୟରେ କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶାକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏଥିସହ ସକ୍ରିୟ ମୌସୁମୀ ଓ ୧୮ ତାରିଖର ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାତାର ବର୍ଷା ହେବାର ସମ୍ଭାବନା ରହୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!