ଭୁବନେଶ୍ୱର,,୧୬।୭: ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି । ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ହେବା ନେଇ ୧୧ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |