କଣ୍ଟାବାଞ୍ଜିକୁ ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ

କଣ୍ଟାବାଞ୍ଜି,, ୧୮ା୭: କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ ଓ କାର୍ଯ୍ୟାଳୟ ବନ୍ଦ ରହିଛି। ଏଠାରେ ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି। କଣ୍ଟାବାଞ୍ଜିରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜିର ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡ଼ିଛି। ବ୍ରଜଶ୍ୟାମ ଗୁରୁ (କାର୍ଯ୍ୟକାରୀ ସଭାପତି ,ଜିଲ୍ଲା ସଙ୍ଘର୍ଷ ସମିତି) , ଶେଷଦେବ ପଟେଲ (ସଭାପତି, ଜିଲ୍ଲା ସଙ୍ଘର୍ଷ ସମିତି), ବିଦେଶୀ ବେହେରା, ପ୍ରଦୀପ ବାଗ, ଦୁଃଖୀଶ୍ୟାମ ଗୁରୁ, ନରେନ୍ଦ୍ର ସୁନା ଓ ବିସର୍ଵ ବେହେରା ପ୍ରମୁଖ ସ୍ଥାନୀୟ ଇନ୍ଦିରା ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରି ବସିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!