ଆଜି ୪୦୬ଜଣଙ୍କୁ ନୂଆ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୭ : ଆଜି ଅପରାହ୍ଣରେ ରାଜ୍ୟର ଲୋକସେବା ଭବନସ୍ଥିତ କନ୍‍ଭେନ୍‍ସନ ସେଣ୍ଟର ଠାରେ   ଅନୁଷ୍ଠିତ ହେବାକୁ ଥିବା ନିଯୁକ୍ତି ପର୍ବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଅଧୀନରେ ୪୦୬ଜଣଙ୍କୁ ମୁଖ୍ୟମନ୍ତ୍ରୀ ନୂଆ ନିଯୁକ୍ତିପତ୍ର ପ୍ରଦାନ କରିବେ । ଏଥିରେ ୨୬୧ଜଣ ସହକାରୀ କୃଷି ଅଧିକାରୀ, ୧୦୨ଜଣ ସହକାରୀ କୃଷି ଯନ୍ତ୍ରୀ ଏବଂ ୪୩ଜଣ ବିହନ ଉତ୍ପାଦନ ଓ ବିପଣନ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!