ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା,୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,,୧୮ା୭: ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଓ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି ।ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବା ନେଇ ମଙ୍ଗଳବାର ଜଣାପଡିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଉଛି – ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼|

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!