ମାଲକାନଗିରିା : ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। NH ୩୨୬ର ପୋଟେରୁ ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ସୁଅ ଚାଲୁଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା ସମ୍ଭବପର ହେଉ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛିା ସେହିପରି MV 90 ଓ କାଙ୍କୋରକୁଣ୍ଡାରେ ବି ଜାତୀୟ ରାଜପଥ ଉପରେ ପାଣି ଚାଲୁଛିା ଏମଭି ୩୭ରେ ପାଣି ସୁଅ କାଟୁଥିବାରୁ ମାଲକାନଗିରିରୁ ବାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ତଳିଆ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଇଛି। ପାଣି ବଢ଼ିଲେ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସ୍ଥାନାନ୍ତର ପରେ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ଯୋଗେଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଏଭଳି ପରିସ୍ଥିତି ଉପୁଜିଛି କୁହାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |