ଓଲଟି ପଡ଼ିଲା ତୀର୍ଥଯାତ୍ରୀ ବସ୍‌, ୨୫ ଆହତ

ଭଦ୍ରକ,୨୦ା୭: ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଓଲଟିବା ଖବର ସାମ୍ନାକୁ ଆସିଛି । ଏଥିରେ ୨୫ ଜଣ ଆହତ ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣା ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଆଜି ସକାଳେ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏହି ତୀର୍ଥଯାତ୍ରୀ ବସରେ ପ୍ରାୟତଃ ୭୦ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ବସଟି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଅଣାୟତ୍ତ ହୋଇ ଓଲଟି ପଡିଛି । ଏଥିରେ ୨୫ ଜଣ ଆହତଙ୍କ ମଧ୍ୟରୁ ୫ଜଣ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅଧାରେ ରହିଗଲା ଜଗା ଦର୍ଶନ।   ଅଧାବାଟରେ ରାସ୍ତାକଡ଼କୁ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍‌ଟି ଓଲଟି ପଡ଼ିବାରୁ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ୍‌ ନିକଟରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ ତଳେ କିଛି ଯାତ୍ରୀ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ବସ୍‌ଟି କ୍ରେନ ସାହାଯ୍ୟରେ ଉଠାଯାଉଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!