ଖଡ଼ଗ ନଦୀରେ ୧୨୬ କୋଟି ଟଙ୍କା ବ୍ୟୟରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ

ଭୁବନେଶ୍ୱର,,୨୦।୭:: ଖଡ଼ଗ ନଦୀରେ ୧୨୬ କୋଟି ଟଙ୍କା ବ୍ୟୟରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ । ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ୱୀକୃତି ପ୍ରଦାନ କରିଥିଲେ । ଏହାଦ୍ୱାରା ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ, କନ୍ଧମାଳର ବାଲିଗୁଡ଼ା ବ୍ଲକ ଏବଂ ବଲାଙ୍ଗୀରର ଗୁଡ଼ଭେଲା ବ୍ଲକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ । ଏହି ଯୋଜନାରେ ବାଲିଗୁଡ଼ା ବ୍ଲକର ଲଢ଼ଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କରାଯିବ । କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପନିର୍ମାଣ କରାଯିବ ଏବଂ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟଜଳର ଆବଶ୍ୟକତା ପୂରଣ, ମାଛଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!