ଭୁବନେଶ୍ୱର,୨୧।୭: ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ | ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ବୈଠକରେ ବହୁ ଗୁରୁ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇ ପାରିତ ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଭଳି ବିଭିନ୍ନ ବିଭାଗର ୧୨ଟିରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହେବାକୁ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |