୧୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର,୨୧ା୭ : ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ବୈଠକରେ ମିଶନ ଶକ୍ତି ସ୍କୁଟର ଯୋଜନାକୁ ମଞ୍ଜୁରୀ ମିଳିଛି । ଏଥିସହିତ କୃଷି, ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ, ଜଳସମ୍ପଦ, ସ୍ୱାସ୍ଥ୍ୟ ଓ ଗଣଶିକ୍ଷା ବିଭାଗର ବହୁ ପ୍ରସ୍ତାବକୁ ବୈଠକରେ ମଞ୍ଜୁରୀ ମିଳିଥିବା ଜଣାପଡ଼ିଛି ।ବୈଠକରେ ବନ ସୁରକ୍ଷା ସମିତି କୋଠା ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସହିତ ବକେୟା ଜଳକର ଆଦାୟ ପାଇଁ ଓଟିଏସ୍ ବ୍ୟବସ୍ଥା କରାଯାଇଛି । କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ‘ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନ’କୁ ମଞ୍ଜୁରୀ ମିଳିଛି । ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ୫ ପ୍ରତିଶତ ସୁଧରେ ଋଣ ନେଇଥିବା ଚାଷୀଙ୍କ ସୁଧ ଛାଡ଼ କରାଯିବ । ଚଳିତ ଆର୍ଥିକ ବର୍ଷରୁ ୫ ବର୍ଷ ପାଇଁ ଏହି ସୁଧ ଛାଡ଼ ବ୍ୟବସ୍ଥା ଲାଗୁ ହେବ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!